www.samajalive.in
Monday, December 8, 2025
20.1 C
Bhubaneswar

ବାହୁଡ଼ିଲେ ମହାବାହୁ

ପିପିଲି: ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ପବିତ୍ର ବାହୁଡା ଯାତ୍ରା ସୋମବାର ମହାସମାରୋହରେ ସଂପନ୍ନ ହୋଇଛି। ଏଥିଯୋଗୁଁ ପିପିଲିର ରଥଟଣା ରାସ୍ତା ଜୟ ଜଗନ୍ନାଥ, ହରିବୋଲ, ହୁଳହୁଳି ଧ୍ୱନୀରେ କମ୍ପି ଉଠିଥିଲା।

ପିପିଲି ପୌରାଞ୍ଚଳ ଅନ୍ତର୍ଗତ ମଢିଆଳିସାହିସ୍ଥିତ ମା’ ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ସଂଲଗ୍ନ ମାଉସୀ ମା’ଙ୍କ ମନ୍ଦିରରେ ସକାଳେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରୀତିନୀତି ସଂପନ୍ନ କରାଯାଇଥିଲା। ମନ୍ଦିରର ମୁଖ୍ୟ ପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ଠାକୁରଙ୍କ ମଙ୍ଗଳ ଆଳତୀ, ମଇଲମ, ତଡପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ, ସକାଳ ଧୂପ, ସେନାପଟାଲାଗି, ମଙ୍ଗଳାର୍ପଣ କରାଯିବା ପରେ ପହଣ୍ଡିରେ ଅଣାଯାଇ ଠାକୁରମାନଙ୍କୁ ରଥାରୁଢ କରାଯାଇଥିଲା। ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ଠାକୁରଙ୍କ ବିଭିନ୍ନ ସେବାନୀତି କରିଥିଲେ। ସମାଜସେବୀ ପ୍ରଭାକର ପଣ୍ଡା ରଥ ଉପରେ ଠାକୁରମାନଙ୍କର ଛେରା ପହଁରା କରିବା ପରେ ଅପରାହ୍ନ ୨ଟା ୪୫ମିନିଟ୍‌‌ରେ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ, ଘଣ୍ଟା, କାହାଳୀ, ମୃଦଙ୍ଗ ସାଙ୍ଗକୁ ହରିବୋଲ, ହୁଳହୁଳି ଧ୍ୱନିରେ ରଥଟଣା ରାସ୍ତା ପ୍ରକମ୍ପିତ ହୋଇଥିଲା। ମଢିଆଳିସାହି ଗ୍ରାମ୍ୟଛକଠାରୁ ଶ୍ରୀ ପତିତପାବନଦେବଙ୍କ ମନ୍ଦିର ପର୍ଯ୍ୟନ୍ତ ଦୀର୍ଘ ଅଢେଇ କିଲୋମିଟର ରାଜପଥ ଉପରେ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ରଥକୁ ପ୍ରବଳ ଉତ୍ସାହ ଓ ଉଦ୍ଦିପନାର ସହ ଟାଣି ନେଇଥିଲେ। ରଥ ଉପରେ ଲକ୍ଷ୍ମୀଧର ମିଶ୍ର ଡାହୁକ ରୂପେ କାର୍ଯ୍ୟ ସଂପାଦନ କରିଥିଲେ। ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, କୋଷାଧ୍ୟକ୍ଷ ସୁରେନ୍ଦ୍ର ମହାପାତ୍ର, ସହସଂପାଦକ ରମେଶ ଚନ୍ଦ୍ର ମହାପାତ୍ର, ଯୁଗ୍ମ ସଂପାଦକ ମନୋଜ ପ୍ରଧାନ, ଉପଦେଷ୍ଟା ତଥା ବରିଷ୍ଠ ଆଡ୍‌‌ଭୋକେଟ ସୁଧିର କୁମାର ମହାନ୍ତି, ସମାଜସେବୀ ପ୍ରଫୁଲ୍ଲ ଚନ୍ଦ୍ର ପଣ୍ଡା, ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ମୁଖ୍ୟ ଉପଦେଷ୍ଟା ନୃସିଂହ ମହାପାତ୍ର, ମନ୍ଦିର ପରିଚାଳନା କମିଟିର ସଭାପତି ସୁରେନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୁଲିସ ଉପସ୍ଥିତ ଥିବା ବେଳେ ପିପିଲି ଅଗ୍ନିଶମ ବାହିନୀ, ପିପିଲି କଲେଜର ସମର ଶିକ୍ଷାର୍ଥୀ ବାହିନୀ, ବିଦ୍ୟୁତ ବିଭାଗର କର୍ମଚାରୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ମାନେ ଏଥିରେ ସହଯୋଗ କରିଥିଲେ। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦହି ସରବତ ଓ ଥଣ୍ଡା ପାନୀୟ ବିତରଣ କରାଯାଇଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories