www.samajalive.in
Saturday, December 6, 2025
19.1 C
Bhubaneswar

ବଦଳିବ ଏହି ରାଶିର ଭାଗ୍ୟ: ମଙ୍ଗଳବାର ରାଶିଫଳ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ନାନା ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ପତିପତ୍ନୀ ଉଭୟେ ମିଷ୍ଟାନ୍ନ ଭୋଜନରେ ଆନନ୍ଦ ଅନୁଭବ କରିବେ।
ବୃଷ: କଳ, କୌଶଳ ପ୍ରୟୋଗ କରି ଶତ୍ରୁକୁ ପରାଜିତ କରିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି।
ମିଥୁନ: ବିଦ୍ୟାର୍ଥୀମାନେ ପାଠପଢ଼ାରେ ମନୋନିବେଶ କରିବେ। ବିଭିନ୍ନ ସ୍ତରରୁ ଧନାଗମ ହୋଇ ଆର୍ଥିକ ସ୍ଥିତିକୁ ଉନ୍ନତମାନର କରିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବଂଶ ମର୍ଯ୍ୟାଦା ରକ୍ଷା କରିବେ।
କର୍କଟ: କାର୍ଯ୍ୟ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ସୁସମ୍ପାଦନ କରି ପ୍ରାପ୍ୟ ହାସଲ କରିପାରନ୍ତି। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପର ମୁହୂର୍ତ୍ତରେ ସୁଧାର ଆସିବ। ଯାନବାହନ ସୁଖ ମିଳିବ।
ସିଂହ: ସରକାରୀ ଅନୁଦାନ ପ୍ରାପ୍ତିର ସୂଚନା ମିଳୁଛି। ଦେବ ଦର୍ଶନ ପାଇଁ ଆତ୍ମସନ୍ତୋଷ ଲାଭ କରିବେ। ଉପୁଜିଥିବା ଅଶାନ୍ତି ଦୂର ହେବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିଭିନ୍ନ ସ୍ତରରୁ ଅର୍ଥାଗମ ହେବ।
କନ୍ୟା: ତ୍ୟାଗପୂତ ମନୋବୃତ୍ତିର ହେବେ। ମତିଜ୍ଞ ହୋଇପାରନ୍ତି। ବିବିଧ ଧନ ମିଳିବାର ସୁଯୋଗ ସୃଷ୍ଟି ହୋଇଛି। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିଶାଳୀ ହୋଇପାରନ୍ତି। ମନ ପ୍ରଫୁଲ୍ଲ ରହିବ। ସହିଷ୍ଣୁ ହେବେ।
ତୁଳା: ଆୟ ଆଶାନୁରୂପ ହେବ। ସରକାରୀ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ବିଛା: ବିବାଦୀୟ ବିତର୍କରୁ ଓହରି ଆସି କେବଳ ନିରବ ଦର୍ଶକ ସାଜିପାରନ୍ତି। ମଧୁର କଥା କହି ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଓ ସନ୍ତାନଙ୍କ ପାଇଁ ଧନ ବ୍ୟୟ କରିପାରନ୍ତି।
ଧନୁ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। କାର୍ଯ୍ୟରେ ସଫଳ ହେବେ। ସରକାରୀ ସ୍ତରରୁ ସମ୍ମାନ ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଲୋକସମ୍ପର୍କ ବୃଦ୍ଧି ହେବ।
ମକର: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ:କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତ ଓ ଅଧସ୍ତନମାନଙ୍କର ନମସ୍ୟ ହୋଇପାରନ୍ତି। ଭକ୍ତିଗାଥା ଶୁଣିବାରେ ଆଗ୍ରହୀ ହେବେ।
ମୀନ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଯାନବାହନ ଚଳାଚାଳରେ ସତର୍କ ରହିବାକୁ ପଡ଼ିବ। ସୁସ୍ଥ ଓ ନିରାମୟ ରହିବେ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories