www.samajalive.in
Saturday, December 6, 2025
26.1 C
Bhubaneswar

ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ଆକ୍ରମଣ ଘଟଣା; ମୋହନ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ଆକ୍ରମଣ ଘଟଣାରେ ବର୍ଷିଲା ବିଜେଡି । ଆକ୍ରମଣ ଘଟଣାକୁ ୧୦ଦିନ ବିତିଲାଣି, ହେଲେ ପୁଲିସର କାର୍ଯ୍ୟାନୁଷ୍ଠାନ ଶୂନ । ଆକ୍ରମଣ କରିଥିବା ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ । ଓଡ଼ିଆ ଅସ୍ମିତା କଥା କହୁଥିବା ସରକାର ଏବେ ଚୂପ୍‍ କାହିଁକି ବୋଲି ପ୍ରଶ୍ନ କରିଛି ବିଜେଡି । ମୋହନ ସରକାର ରାଜ୍ୟପାଳଙ୍କ ପୁଅକୁ ସୁରକ୍ଷା ଦେଉଥିବା ଅଭିଯୋଗ କରିଛି ବିଜେଡି । ନବୀନ ସରକାର ବେଳେ ଆଇନ ସମସ୍ତଙ୍କ ପାଇଁ ସମାନ ଥିଲା । ଦୋଷୀ ଯେତେ ବଡ ହୋଇଥିଲେ ବି ଦଣ୍ଡ ମିଳୁଥିଲା । ମୋହନ ସରକାରେ ଆଇନର ସଜ୍ଞା ଭିନ୍ନ । ଓଡ଼ିଆ ଅସ୍ମିତା ପ୍ରତି ମୋହନ ସରକାରଙ୍କ ଆନ୍ତରିକତା ନାହିଁ । ଆଜି ଶଙ୍ଖଭବନରେ ସାମ୍ବାଦିକ ସମ୍ମିଳନୀ କରି ଏପରି ବର୍ଷିଛନ୍ତି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ଏହାସହିତ ଶୀଘ୍ର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories