ଆସନ୍ତା ୧୯ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପୁରୀରେ ହେବାକୁ ଥିବା ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଜେପି ନଡ୍ଡା ଯୋଗଦେବେ ବୋଲି ସୂଚନା ମିଳିଛି । ୧୯,୨୦ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀରେ ସେ ସାମିଲ ହେବେ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ବୈଠକରେ ଆଗାମି ଦିନର ରଣନୀତି ଓ କାର୍ଯ୍ୟପନ୍ଥା ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା । ହେଲେ ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଓଡ଼ିଶା ଆସିପାରୁନାହାଁନ୍ତି ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।

Comments are closed.