www.samajalive.in
Saturday, December 13, 2025
26.1 C
Bhubaneswar

୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ସତ ନୁହେଁ – ନିରଞ୍ଜନ ପଟ୍ଟନାୟକ

ଡେସ୍କ: ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ତଥା ବହୁବିଶିଷ୍ଟ ରାଜନୈତିକ ବ୍ୟକ୍ତି ବିଶେଷମାନେ ବାରମ୍ବାର କହି ଆସୁଛନ୍ତି ଯେ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଗଲା। ତେବେ ଏହା ସତ୍ୟ ନୁହେଁ ବୋଲି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, କଂଗ୍ରେସ ସରକାର ସମୟରେ ୧୪.୦୭.୧୯୮୫ରେ ଶେଷ ଥର ପାଇଁ ଭିତର ରତ୍ନଭଣ୍ଡାର ଖୋଲା ଯାଇଥିଲା ବୋଲି ଆର.ଟି.ଆଇ ତଥ୍ୟରୁ ଉପଲବ୍ଧ। ଜାନକୀ ବଲ୍ଲଭ ପଟ୍ଟନାୟକ ମୁଖ୍ୟମନ୍ତ୍ରୀତ୍ୱ କାଳରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ଯଦି ସେତେବେଳେ ଭିତର ରତ୍ନଭଣ୍ଡାରକୁ ଚାବି ଦ୍ୱାରା ଖୋଲାଯାଇଥିଲା, ତେବେ ଆଜି ସେ ଚାବି କେଉଁଠି ଅଛି ତାହାର ସମ୍ପୂର୍ଣ୍ଣ ତଦନ୍ତ ହେବା ଉଚିତ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ୧୯୮୫ ମସିହା ଜୁଲାଇ ୧୪ ତାରିଖରେ ଭିତର ରତ୍ନଭଣ୍ଡାର ଖୋଲାଗଲା ପରେ ଚାବି କେଉଁଠାରେ ରଖାଗଲା, ତାହା ନିଶ୍ଚିତ ରୂପେ ମେକାପ୍ ରେଜିଷ୍ଟ୍ରରରେ ଲିପିବଦ୍ଧ ହୋଇଥିବ ତେଣୁ ସେହି ଆଧାରରେ ଚାବି କେଉଁଠି ଅଛି ତାହା ବାହାର କରାଯାଉ ବୋଲି ସେ ଦାବି କରିଛନ୍ତି। ଶ୍ରୀ ପଟ୍ଟନାୟକ ରାଜ୍ୟ ସରକାର ରତ୍ନଭଣ୍ଡାର ୪୬ ବର୍ଷ ପରେ ଖୋଲିବା ଭଳି ଅସତ୍ୟ ଖବର ପ୍ରଚାର କରିବାରୁ କ୍ଷାନ୍ତ ରୁହନ୍ତୁ ବୋଲି କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories