www.samajalive.in
Saturday, December 13, 2025
21.1 C
Bhubaneswar

ଷ୍ଟାଫ୍ ନର୍ସ-ହାଉସ୍‌ ସର୍ଜନ ବିବାଦ: କାର୍ଯ୍ୟବନ୍ଦ ଆନ୍ଦୋଳନ, ରୋଗୀ ହନ୍ତସନ୍ତ

କଟକ: କଟକ ଏସସିବି ମେଡିକାଲ କଲେଜ୍ ଓ ହସ୍ପିଟାଲରେ ଘନଉଛି ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାପ୍‌ଙ୍କ ବିବାଦ। ଅଧିକ୍ଷକଙ୍କ ହସ୍ତକ୍ଷେପ ପରେ ବି ବିବାଦର ସମାଧାନ ହୋଇପାରିନାହିଁ। ଆଜିଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛି ହାଉସ୍ ସର୍ଜନ୍ ସଂଘ। ଫଳରେ ଏସସିବିରେ ରୋଗୀ ସେବା ବାଧାପ୍ରାପ୍ତ ହେବା ଆଶଙ୍କା କରାଯାଉଛି। ମଙ୍ଗଳବାର ଶତାଧିକ ନର୍ସିଂ ଷ୍ଟାପ୍ ଓ ଜୁନିୟର୍ ଡାକ୍ତର ଏସସିବି ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିଥିଲେ। ରବିବାର ସନ୍ଧ୍ୟାରେ ମେଡିସିନ୍ ଓ୍ବାର୍ଡରେ ରୋଗୀଙ୍କୁ ରକ୍ତ ଦେବାକୁ ନେଇ ଉଭୟ ନର୍ସିଂ କର୍ମଚାରୀ ଓ ହାଉସ୍ ସର୍ଜନ ଙ୍କ ଭିତରେ ବଚସା ହୋଇଥିଲା। ନର୍ସିଂ କର୍ମଚାରୀଙ୍କୁ ହାଉସ୍ ସର୍ଜନ୍ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶତାଧିକ ନର୍ସ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ସେହିପରି ନର୍ସିଂ କର୍ମଚାରୀଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି ଜୁନିୟର୍ ଡାକ୍ତର । ତେବେ ଏ ନେଇ କୌଣସି ପ୍ରତିକ୍ରିୟା ରଖିନାହାନ୍ତି ମେଡିକାଲ କର୍ତ୍ତୁପକ୍ଷ। କେମିତି ବିବାଦର ସମାଧାନ ହେବ , ତା ଉପରେ ନଜର ରହିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories