www.samajalive.in
Sunday, December 14, 2025
26.1 C
Bhubaneswar

ସରକାରଙ୍କ ସମସ୍ତ ବିଭାଗ ଉପରେ ତୀକ୍ଷ୍ଣ ନଜର ରଖିବ ବିଜେଡି; ବିଧାୟକଙ୍କୁ ବିଭାଗ ବାଣ୍ଟିଲେ ନବୀନ

ଭୁବନେଶ୍ଵର: ବିଧାନସଭାରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି ବିଜେଡି। ମୁଖ୍ୟ ବିରୋଧୀ ସାଜି ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବେ ବିଜେଡିର ୫୦ ଜଣ ବିଧାୟକ। ବୁଧବାର ସମସ୍ତ ୫୦ ବିଧାୟକଙ୍କୁ ବିଭାଗ ବଣ୍ଟନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସରକାରଙ୍କ ପ୍ରତିଟି ବିଭାଗ ଉପରେ ଜଣେ ଲେଖାଏଁ ବିଜେଡି ବିଧାୟକ ରଖିବେ ନଜର।

- Advertisement -

ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରତିଟି କାର୍ଯ୍ୟ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି। ସେହିପରି ପ୍ରମିଳା ମଲ୍ଲିକଙ୍କୁ ପଞ୍ଚାୟତିରାଜ, ପାନୀୟ ଜଳ ଓ ସଂସଦୀୟ ବ୍ୟାପାର ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ଵ ଦିଆଯାଇଥିବାବେଳେ ବଦ୍ରି ନାରାୟଣ ପାତ୍ରଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ଵ ଦିଆଯାଇଛି। ନିରଞ୍ଜନ ପୂଜାରୀଙ୍କୁ ଗୃହ ଓ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ଅଶ୍ୱିନୀ କୁମାର ପାତ୍ରଙ୍କୁ ହସ୍ତଶିଳ୍ପ, ହସ୍ତତନ୍ତ ଓ ବୟନଶିଳ୍ପ, ପ୍ରତାପ କେଶରୀ ଦେବଙ୍କୁ ସାଧାରଣ ପ୍ରଶାସନ, ଅରୁଣ କୁମାର ସାହୁଙ୍କୁ ଜଳ ସମ୍ପଦ, ସାରଦା ପ୍ରସାଦ ନାୟକଙ୍କୁ ଶିଳ୍ପ ଓ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ ଓ ପବ୍ଲିକ୍ ଏଣ୍ଟରପ୍ରାଇଜେସ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories