www.samajalive.in
Sunday, December 14, 2025
26.1 C
Bhubaneswar

୧୯ରେ ପୁଣି ଏକ ଲଘୁଚାପ: ପ୍ରଭାବରେ ଦକ୍ଷିଣ ଓଡିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମ ଧରଣ ବର୍ଷା ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୯ରୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିବ। କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୧୯ରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ଖୋର୍ଦ୍ଧା, ରାୟଗଡା, କଳାହାଣ୍ଡି, ନୂଆପଡା, କଟକ, ନବରଙ୍ଗପୁର, ଢେଙ୍କାନାଳ, ଗଜପତି ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ରେକର୍ଡ କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories