www.samajalive.in
Saturday, December 13, 2025
21.1 C
Bhubaneswar

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ କରୋନା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ କରୋନା। ୮୧ ବର୍ଷୀୟ ରାଷ୍ଟ୍ରପତି ଜୋ ବାଇଡେନ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ହ୍ବାଇଟ୍ ହାଉସ୍ ପକ୍ଷରୁ ସୂଚନା ମିଳିଛି। ବାଇଡେନଙ୍କ ଠାରେ କୋଭିଡ୍-୧୯ରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଛି। ତେଣୁ ସେ ଏବେ ଆଇସୋଲେସନରେ ରହି କାମ କରୁଛନ୍ତି। ଲସ୍ ଭେଗାସରେ ଏକ ସମ୍ମିଳନୀରେ ଭାଷଣ ଦେବା ପୂର୍ବରୁ ତାଙ୍କର କୋଭିଡ୍ ଟେଷ୍ଟ କରାଯାଇଥିଲା। ଏହି ସମୟରେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡିଥିଲା। ଦୁଇ ବର୍ଷ ପୂର୍ବରୁ ମଧ୍ୟ ବାଇଡେନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ପୁର୍ନବାର ଏବେ ପୁଣିଥରେ କୋଭିଡ୍ ପଜିଟିଭ୍ ଥିବା ଜଣାପଡିଛି। ତେବେ ଆଗକୁ ଆମେରିକାରେ ନିର୍ବାଚନ ଥିବାବେଳେ ଏହି ସମୟରେ ବାଇଡେନ୍ ପଜିଟିଭ୍ ଚିହ୍ନଟ ହେବା ନିର୍ବାଚନୀ ପ୍ରଚାର ଉପରେ ପ୍ରଭାବ ପକାଇବା ନେଇ ଆଶଙ୍କା କରାଯାଉଛି।

Hot this week

ପୁଲିସ୍‌ ଏସ୍‌ଆଇ ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories