www.samajalive.in
Sunday, December 7, 2025
15.1 C
Bhubaneswar

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ବାଙ୍କୀ ବିଧାୟକ

କଳାପଥର(ବାଙ୍କୀ): ବ୍ଲକ ସମ୍ମିଳନୀ କକ୍ଷରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଉପଖଣ୍ଡସ୍ତରୀୟ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ । ବିଧାୟକ ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହିତ ସମସ୍ତ ବିଭାଗୀୟ ଅଧିକାରୀମାନେ ବାଙ୍କୀ ଜନସାଧାରଣଙ୍କ ଉନ୍ନତି ପାଇଁ ନିଜର କାର୍ଯ୍ୟକୁ ଯେପରି ସୂଚାରୁରୂପେ ସମ୍ପାଦନ କରିବେ ସେଥିପାଇଁ ପରାମର୍ଶ ଦେଇଥିଲେ । ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଉଦ୍ୟାନ, ପଶୁସମ୍ପଦ, ଜଳସମ୍ପଦ ଆଦି ବିଭାଗ ସମ୍ପର୍କରେ କାର୍ଯ୍ୟଖସଡା ପ୍ରସ୍ତୁତି ନେଇ ବିଭାଗୀୟ ଅଧିକାରୀମାନଙ୍କ ଠାରୁ ସମସ୍ତ କାର୍ଯ୍ୟର ବିବରଣୀ ଓ ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସଂପର୍କରେ ପଚାରି ବୁଝିଥିଲେ । ବିଶେଷକରି ଉପଖଣ୍ଡ ଚିକିତ୍ସାଳୟ ତଥା ଉପଖଣ୍ଡର ଅନ୍ୟାନ୍ୟ ଚିକିତ୍ସାଳୟଗୁଡିକର ଭିତ୍ତିଭୂମି ସୁଦୃଢ଼ କରିବା, ରୋଗୀମାନଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇ ଦେବା, ଭିନ୍ନକ୍ଷମମାନଙ୍କ ସଶକ୍ତୀକରଣ, ମହିଳା ଓ ଶିଶୁବିକାଶ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା, ଚାଷୀମାନଙ୍କୁ ଫସଲ ବୀମା ଓ ଧାନମଣ୍ଡି, ସରକାରୀ ଯୋଜନାଗୁଡ଼ିକର ସୁବିଧା ଗୁଡିକ ସଂପର୍କରେ ଆଲୋଚନା କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଗୁଣାତ୍ମକ ଶିକ୍ଷା ସଂପର୍କରେ ବିଧାୟକ ଗୁରୁତ୍ୱାରୋପ କରିଥିଲେ । କାର୍ଯ୍ୟକାରୀ ହୋଇ ନ ଥିବା ଉନ୍ନୟନମୂଳକ ପ୍ରକଳ୍ପଗୁଡିକ ଯେପରି ଠିକ୍ ସମୟରେ ସମାପ୍ତ ହେବ ସେଥିପାଇଁ ଅଧିକାରୀମାନଙ୍କୁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ । ଉପଜିଲ୍ଲାପାଳ ଦେବୀପ୍ରସାଦ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories