www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ପୁରୀରେ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ହେବାକୁ ଯାଉଛି । ହେଲେ ଏହାପୂର୍ବାରୁ ବିଜେପି ରାଜ୍ୟ ପଦାଧିକାରୀ ବୈଠକ ବସିଛି । ଏହି ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ସହ-ପ୍ରଭାରୀ ଲତା ଉଶେଣ୍ଡିଙ୍କ ସହ ରାଜ୍ୟ ବିଜେପିର ସମସ୍ତ ପଦାଧିକାରୀ ଉପସ୍ଥିତ ରହିଛନ୍ତି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଆଲୋଚନା ହେବାକୁ ଥିବା ପ୍ରସ୍ତାବରେ ମୋହର ବାଜିବ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ । ବୈଠକ ପୂର୍ବରୁ ବିଜୟ ପାଲ ସିଂ କହିଛନ୍ତି ଯେ କାର୍ଯ୍ୟକାରିଣୀରେ ଶାନ୍ତି ପ୍ରସ୍ତାବ ଉପରେ ଆଲୋଚନା, ଦଳୀୟ କାର୍ଯ୍ୟର ସମୀକ୍ଷା ଏବଂ ଧନ୍ୟବାଦ ପ୍ରସ୍ତାବ ପାରିତ ହେବା ସହ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହେବ । ରାଜ୍ୟରେ ବିଜେପି ସରକାର ଯାହା ସଂକଳ୍ପ କରିଥିଲେ ତାହାକୁ ପୂରା କରିବେ, ସରକାର ଗଠନ ହେବା ପରେ ସଂକଳ୍ପ ପୂରଣ ହେଉଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories