ଝାଡ଼ାବାନ୍ତିରେ ୨୫ ଆକ୍ରାନ୍ତ, ୨ ଜଣଙ୍କ ମୃତ୍ୟୁ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ବ୍ୟାପିଛି। ଗତ ଏକ ସପ୍ତାହ ମଧ୍ୟରେ ଗାଁରେ ୨୫ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଗ୍ରାମବାସୀ କହିଛନ୍ତି। ଏପରି କି ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି। ଦୂଷିତ ପାଣି ଯୋଗୁ ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ଗ୍ରାମବାସୀ କହିଛନ୍ତି।

Comments are closed.