www.samajalive.in
Monday, December 8, 2025
27.1 C
Bhubaneswar

ସୁଶାସନ ଉପରେ ଧ୍ୟାନ କେନ୍ଦ୍ରିତ କରିବାକୁ ପଡିବ – ଜେପି ନଡ୍ଡା

ଡେସ୍କ: ଓଡ଼ିଶାର ଗତ ନିର୍ବାଚନରେ ଫଳାଫଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୨୦୪୭ ସୁଦ୍ଧା ବିକଶିତ ଭାରତ ଏବଂ ବିକଶିତ ଓଡ଼ିଶାର ସଂକଳ୍ପ ସହ ରାଜ୍ୟବାସୀଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ବୋଲି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରସାଦ ନଡ୍ଡା କହିଛନ୍ତି। ଆଜି ଓଡ଼ିଶାର ପୁରୀଠାରେ ଆୟୋଜିତ ରାଜ୍ୟ କାର୍ଯ୍ୟକାରିଣୀକୁ ଉଦଘାଟନ କରି ଶ୍ରୀ ନଡ୍ଡା କହିଛନ୍ତି, ଓଡ଼ିଶାରେ ନିର୍ବାଚନରେ ବିଜୟ ସମସ୍ତ ଉତ୍ସର୍ଗୀକୃତ କାର୍ଯ୍ୟକର୍ତ୍ତାଙ୍କ କଠିନ ପରିଶ୍ରମ ଯୋଗୁଁ ସଫଳ ହୋଇଛି। ସେ କହିଛନ୍ତି, ଲୋକଙ୍କ ବିଶ୍ୱାସ ବଜାୟ ରଖିବା ପାଇଁ ସୁଶାସନ ଉପରେ ଧ୍ୟାନ କେନ୍ଦ୍ରିତ କରିବାକୁ ପଡିବ ଏବଂ ତୃଣମୂଳ ସ୍ଥରରୁ ସାଧାରଣ ଲୋକଙ୍କ ସମସ୍ୟା ସରକାରଙ୍କ ପାଖରେ ପହଞ୍ଚାଇବାକୁ ପଡିବ।

ରାଜ୍ୟ ବିଜେପିର ଏହି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ୨୫ ବର୍ଷର ରୋଡ଼ ମ୍ୟାପ ପ୍ରସ୍ତୁତ ହୋଇଛି। ବୈଠକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଓ ତିନି ଜଣ ପ୍ରଭାରୀ ଥିଲେ ଉପସ୍ଥିତ ଥିଲେ।

ଜେଲ ଯିବେ, ଚାକିରୀ ବି ଯିବ – ଅଡୁଆରେ ବିବାଦୀୟ ଆଇଏଏସ ପୂଜା ଖେଡକର

- Advertisement -

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories