www.samajalive.in
Sunday, December 14, 2025
26.1 C
Bhubaneswar

ଲଗାଣ ବର୍ଷାରେ ବେହାଲ ମାଲକାନଗିରି: ବୁଡିଲା ପୋଲ, ଯାତାୟାତ ଠପ୍

ମାଲକାନଗିରି: ଲଗାଣ ବର୍ଷାରେ ବେହାଲ ସମଗ୍ର ମାଲକାନଗିରି ଜିଲ୍ଲା । ବର୍ଷାରେ ବୁଡିଲା ପୋଲ , ଯାତାୟାତ ଠପ୍ । ମାଲକାନଗିରି ଠାରୁ ମୋଟୁ ପର୍ଯ୍ୟନ୍ତ ଯାଇଥିବା ୩୨୬ ନମ୍ବର ଜାତୀୟ ରାଜପଥର ସବୁଠି ପୋଲ ଉପରେ ବନ୍ୟା ପାଣି ପ୍ରବାହିତ ହେଉଛି । ମହାରାଜପାଲି, ଏମଭି-୯୦ ଓ ଏମଭି-୯୬ ପୋଲ ଉପରେ ୪ ରୁ ୫ ଫୁଟ ପର୍ଯ୍ୟନ୍ତ ପାଣି ପ୍ରବାହିତ ହେଉଥିବାବେଳେ ପୋଟେରୂ ଓ କାଙ୍କୁରୁକୋଣ୍ଡା ନଦୀ ପୋଲ ଉପରେ ୭ ରୁ ୮ ଫୁଟ୍  ପର୍ଯ୍ୟନ୍ତ ବନ୍ୟା ପାଣି ପ୍ରବାହିତ ହେଉଛି । ଫଳରେ ମାଲକାନଗିରି ଠାରୁ କାଲିମେଳା ମୋଟୁ ଓ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ସବୁଠି ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି । ପୁଲିସ୍ ଏବଂ  ପ୍ରଶାସନର ଅଧିକାରୀମାନେ ସବୁଠି ଉପସ୍ଥିତ ରହି ଘଟଣା ଉପରେ ନଜର ରଖିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories