www.samajalive.in
Monday, December 8, 2025
24.1 C
Bhubaneswar

ଅବପାତ ପ୍ରଭାବ: ଆଜି ଏହି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଶୁକ୍ରବାର ସକାଳ ସାଢ଼େ ୮ଟାରେ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି। ଏବେ ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୪୦ କିମି ଏବଂ ଗୋପାଳପୁରରୁ ପୂର୍ବ-ଉତ୍ତର ପୂର୍ବ ଦିଗରେ ୬୦କିମି ଦୂରରେ ରହିଛି। ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଯାଇ ଏହା ପୁରୀ ନିକଟ ଚିଲିକା ଦେଇ ଅତିକ୍ରମ କରିବ। ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଏବଂ ନୂଆପଡା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏବଂ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ଉପୁଜିପାରେ। କଚ୍ଚା ରାସ୍ତା ଧୋଇ ହୋଇଯିବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଆଗକୁ ଦୃଶ୍ୟମାନ କମ୍‌ ହେବା ସମ୍ଭାବନା ଥିବାରୁ ଗାଡ଼ିମୋଟର ଚଳାଚଳରେ ସମସ୍ୟା ଦେଖାଦେଇ ପାରେ। ଟ୍ରାଫିକ୍‌ ଛକରେ ଭିଡ଼ ସମ୍ଭାବନା ରହିଛି। ବିଭିନ୍ନ ନଦୀ, ନାଳରେ ଜଳ ପତ୍ତନ ବଢ଼ିବ। ଏହାସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବା ଆଶଙ୍କା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ କର୍ମଚାରୀଙ୍କୁ ପ୍ରସ୍ତୁତ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କୁ ନିର୍ଦେଶ ଦିଆଯାଇଛି। ଯଦି କୌଣସି ସ୍ଥାନରେ ବନ୍ଧ ଭାଙ୍ଗେ ତା’ର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଏହାସହିତ ସହରାଞ୍ଚଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି , ସେଠାକୁ ଜଳମୁକ୍ତ କରିବା ପାଇଁ ଅଗ୍ରିମ ପ୍ରସ୍ତୁତି କରିବାକୁ ଏସ୍‌ଆରସି ସତ୍ୟବ୍ରତ ସାହୁ ସମ୍ପୃକ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories