www.samajalive.in
Sunday, December 14, 2025
26.1 C
Bhubaneswar

ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ତୀରନ୍ଦାଜ ପ୍ରତିଯୋଗିତା

ବୌଦ୍ଧ: ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟଳୟ ବୌଦ୍ଧ ପରିସରରେ ଶୁକ୍ରବାର ସମ୍ଭାଗସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ବୌଦ୍ଧ ଜିଲା ତୀରନ୍ଦାଜ ସଂଘ ସଭାପତି ବସନ୍ତ କୁମାର ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବରେ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ । ବିଦ୍ୟାଳୟ ଅଧ୍ୟକ୍ଷ ସନକ କୁମାର ମେହେର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମ ସଂଯୋଜିକା ରାଜଲକ୍ଷ୍ମୀ ବିଶ୍ୱାଳ ଓ ପ୍ରଶିକ୍ଷକ ମାନସ ରଂଜନ ମୁଣ୍ଡା ମଞ୍ଚାସୀନ ଥିଲେ । ମୁଖ୍ୟଅତିଥି ଉଦବୋଧନ ଦେଇ ତୀରନ୍ଦାଜ କ୍ରୀଡାବିତମାନଙ୍କୁ ଉତ୍ସାହିତ କରିଥିଲେ । ତୀରନ୍ଦାଜ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ବୌଦ୍ଧରୁ ୫ ଜଣ, କେନ୍ଦ୍ରୀୟ ବିଦ୍ୟାଳୟ ସୁନ୍ଦରଗଡରୁ ୫ ଜଣ ଲେଖାଏଁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଅଭିଭାବକ ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟ ଶିକ୍ଷକ ଧର୍ମେନ୍ଦ୍ର ଗୁରୁ ମଞ୍ଚ ପରିଚାଳନା କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories