www.samajalive.in
Tuesday, December 9, 2025
16.1 C
Bhubaneswar

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ଆଜି ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କୃଷି ଓ ସମାଜ ସୁଧାର କ୍ଷେତ୍ରରେ ସ୍ୱର୍ଗତାଃ ପୂଜାରୀଙ୍କ ଅବଦାନ ପାଇଁ ୨୦୧୯ ମସିହାରେ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା। ସ୍ୱର୍ଗତାଃ ପୂଜାରୀ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଦେଶୀ ଧାନ,ବିହନ ସଂରକ୍ଷଣ କରିବା ସହ ଜୈବିକ ଚାଷ କରି ଦେଶରେ ଉଦାହରଣ ସୃଷ୍ଟି କରିଥିଲେ। ସ୍ୱର୍ଗତାଃ ପୂଜାରୀଙ୍କ ପରଲୋକ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ସ୍ୱର୍ଗତାଃ ପୂଜାରୀଙ୍କ ବିୟୋଗରେ ବିଜେପିର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ସ୍ୱର୍ଗତାଃ ପୂଜାରୀଙ୍କ ଦିବଂଗତ ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି।

ଦେଖନ୍ତୁ ଭିଡିଓ; ବଣ୍ଡାଘାଟିରେ ପାହାଡ଼ ଧସିବା ପରେ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories