www.samajalive.in
Sunday, December 7, 2025
16.1 C
Bhubaneswar

ଖୋର୍ଦ୍ଧା ଓ ସୁନ୍ଦରଗଡରେ ୨୦୦ ମୁହାଁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ୨୭ ଜିଲାରୁ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଦିନକରେ ୪୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷଣରୁ ସୁନ୍ଦରଗଡରୁ ସର୍ବାଧିକ ୧୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିଥିବାବେଳେ ଖୋର୍ଦ୍ଧା ସର୍ବାଗ୍ରେ ରହିଛି। ଏଠାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨ ଶହ ମୁହାଁ ଥିବାବେଳେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦। ତେବେ ସୁନ୍ଦରଗଡ଼ରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କାହିଁକି ବଢ଼ୁଛି ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଯାଞ୍ଚ କରାଯାଉଛି। ଏହାଛଡା ଡେଙ୍ଗୁ ମୁକାବିଲା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ଜନସାଧାରଣଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି। ଚଳିତବର୍ଷ ଜାନୁଆରୀ ପହିଲାରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୪୧,୧୮୧ ନମୁନା ସଂଗ୍ରହ କରାଯାଇଥିଲା ଏବଂ ସେଥିମଧ୍ୟରୁ ୭୧୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ୯୦୬ ନମୁନା ପରୀକ୍ଷା କରାଯାଇଥିଲା ଓ ଏଥିରୁ ୪୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗତବର୍ଷ ସମାନ ସମୟରେ ୧୬,୫୯୨ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିବାବେଳେ ସେଥିମଧ୍ୟରୁ ୪୨୬ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ। ଏହାଛଡା ଖୋର୍ଦ୍ଧାରୁ ସର୍ବାଧିକ ୨୪୭ ଜଣ ଚିହ୍ନଟ ହୋଇଥିଲେ ଏବଂ ୩୦ ଜିଲାରୁ ୯ ଜିଲାରେ କୌଣସି ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇନଥିଲେ। ହେଲେ ଚଳିତ ବର୍ଷ ସୁବର୍ଣ୍ଣପୁର, ଦେବଗଡ଼ ଏବଂ ନୂଆପଡାକୁ ବାଦ ଦେଲେ ସବୁ ଜିଲାରୁ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ଏହି ସମୟରେ ସୁନ୍ଦରଗଡରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଚଳିତ ବର୍ଷ ଏହି ସଂଖ୍ୟା ରହିଛି ୯୦। ଚଳିତ ଡେଙ୍ଗୁ ମୁକାବିଲା ନେଇ ଆଗୁଆ ପଦକ୍ଷେପ ଗ୍ରହଣ କରାଯିବା ସହିତ ବୈଠକ କରାଯାଇ ରଣନୀତି କରାଯାଇଥିଲା। ଏହାସତ୍ତ୍ବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories