www.samajalive.in
Monday, December 15, 2025
24.1 C
Bhubaneswar

ଚାପିଦେଲା ଅଜଣା ଗାଡ଼ି, ସଡ଼କ ଦୁର୍ଘଟଣାରେ ୩ ମୃତ

କୋଇଡ଼ା: ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ଜଣଙ୍କ ଜୀବନ। ଆଜି ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ୍ୟୁ ହୋଇଛି। ଏକ ଅଜଣା ଗାଡ଼ି ସେମାନଙ୍କ ବାଇକକୁ ଧକ୍କା ଦେବା ପରେ ଚାପି ଦେଇଥିଲା। ଫଳରେ ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ୫୨୦ ନମ୍ବର ଜାତୀୟ ରାଜପଥ କାଲଟା ଫାଣ୍ଡି ବେଞ୍ଜାଢ଼ି ବ୍ରିଜରେ ଏହି ଦୁର୍ଘଟଣା ଘଟିଛି। ଫୁଟବଲ ଖେଳି ବାଇକରେ ୩ଜଣ ଯୁବକ ଫେରୁଥିବାବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ସମସ୍ତ ମୃତକ ତୋଡ଼ା ଗାଁର ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ ରାସ୍ତା ଉପରେ ୩ଜଣ ଯୁବକଙ୍କ ମୃତଦେହ ପଡ଼ିରହିଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ପରେ ତଦନ୍ତ ଆରମ୍ଭ କରିଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories