www.samajalive.in
Sunday, December 7, 2025
26.1 C
Bhubaneswar

ସକ୍ରିୟ ଲଘୁଚାପ: ୨୬ ଯାଏଁ ଲାଗିରହିବ ବର୍ଷା, ଆଜି ୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ସକ୍ରିୟ ମୌସୁମୀ ବାୟୁ ଏବଂ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ଆଭ୍ୟନ୍ତରୀଣ ଓଡ଼ିଶା ଓ ଛତିଶଗଡ଼ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଲଘୁଚାପ ପ୍ରଭାବରେ ରବିବାର ପଶ୍ଚିମ ଓଡ଼ିଶାର ପଦ୍ମପୁର, ସିନାପାଲି, ଡୁଙ୍ଗୁରିପାଲି, ବଲାଙ୍ଗୀର, ନୂଆପଡ଼ାରେ ୧୦ ସେ.ମି.ରୁ ଅଧିକ ବର୍ଷା ହୋଇଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା, ଚାନ୍ଦବାଲି ଏବଂ ପୂର୍ବ-ଦକ୍ଷିଣପୂର୍ବରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ର ପଦ୍ମପୁର, ରାୟଗଡ଼ାର ପଦ୍ମପୁର, ନୂଆପଡ଼ାର ସିନାପାଲି ଏବଂ ସୁବର୍ଣ୍ଣପୁରର ଡୁଙ୍ଗୁରିପାଲିରେ ୧୧ ସେ.ମି.ରୁ ଅଧିକ ବର୍ଷା ହୋଇଥିଲା। ସେହିପରି ବଲାଙ୍ଗୀର, ନୂଆପଡ଼ାରେ ୧୦ ସେ.ମି.ରୁ ଅଧିକ ବର୍ଷା ରେକର୍ଡ଼ କରାଯାଇଛି। ବର୍ଷାର ପ୍ରଭାବ ବୌଦ୍ଧ, ଅନୁଗୋଳ, କଳାହାଣ୍ଡି, ମାଲକାନଗିରି, ଢେଙ୍କାନାଳ ଜିଲାରେ ମଧ୍ୟ ଦେଖାଯାଇଛି। ରବିବାର ଅପରାହ୍ଣ ସୁଦ୍ଧା ମାଲକାନଗିରିରେ ସର୍ବାଧିକ ୮୨.୨ ମି.ମି ବର୍ଷା ରେକର୍ଡ଼ ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ୨୩ ରୁ ୨୪ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୌସୁମୀ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ୪୦ ରୁ ୫୦ କି.ମି. ବେଗରେ ପବନ ପ୍ରବାହିତ ହେବ। ଆସନ୍ତା ୨୩ ତାରିଖ ଯାଏଁ ସମୁଦ୍ରରେ ଏପରି ସ୍ଥିତି ଲାଗି ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories