www.samajalive.in
Sunday, December 14, 2025
15.1 C
Bhubaneswar

ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି । ପରଲୋକ ଗମନ କରିଥିବା ପୂର୍ବତନ ମନ୍ତ୍ରୀ ଡମ୍ବୁରଧର ଉଲ୍ଲାକା, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ, ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ପୂର୍ବତନ ମନ୍ତ୍ରୀ କମଳା ଦାସ ଓ ପୂର୍ବତନ ସଦସ୍ୟା ଭି. ସୁଜ୍ଞାନୀ କୁମାରୀ ଦେଓଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ସେହିପରି ପରଲୋକ ଗମନ କରିଥିବା ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢୀ, ବିଶିଷ୍ଟ ସମାଜ ସେବୀ ପଦ୍ମଶ୍ରୀ କମଳା ପୂଜାରୀ ଏବଂ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଏହି ଶୋକ ପ୍ରସ୍ତାବକୁ ସମର୍ଥନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ଶୋକ ପ୍ରସ୍ତାବ ଆଗତ ହେବାପରେ ଗୃହକାର୍ଯ୍ୟକୁ ଆସନ୍ତାକାଲି ପାଇଁ ମୁଲତବୀ କରିଛନ୍ତି ବାଚସ୍ପତି ସୁରମା ପାଢୀ । କାଲି ଗୃହରେ ରାଜ୍ୟାପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାନ ପ୍ରସ୍ତାବ ରଖାଯିବ ।

ରାଜ୍ୟପାଳଙ୍କ ଅଭିଭାଷଣରୁ ବିଧାନସଭା ଅଧିବେଶନ ଆରମ୍ଭ: ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ ହେବ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories