www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ ମୁକ୍ତ ବିଦ୍ୟାଳୟ ଅନୁଷ୍ଠାନ ଦ୍ୱାରା ଦଶମ ବୋର୍ଡ ପରୀକ୍ଷା ଆରମ୍ଭ

ଲାଞ୍ଜିଗଡ: ରାଜ୍ୟ ମୁକ୍ତ ବିଦ୍ୟାଳୟ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଦଶମ ବୋର୍ଡ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ଏସଏସଡ଼ି ହାଇସ୍କୁଲଠାରେ ଏଥିପାଇଁ ପରୀକ୍ଷା କେନ୍ଦ୍ର ସ୍ଥାପିତ ହୋଇଛି। ଆଜି ପରୀକ୍ଷାର ପ୍ରଥମ ଦିନରେ ଏହି ପରୀକ୍ଷା କେନ୍ଦ୍ରରେ ୩୦୯ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ପରୀକ୍ଷା କେନ୍ଦ୍ର ପରିଚାଳିକା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି ଦାୟିତ୍ୱ ତୁଲାଇଥିବା ବେଳେ ଲାଞ୍ଜିଗଡ ପୁଲିସ ସୁରକ୍ଷା ଦାୟିତ୍ୱ ତୁଲାଇଥିଲେ। ସେହିପରି ଲାଞ୍ଜିଗଡ ଏସଏସଡି ହାଇସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ପରିଚାଳନା କରିଥିଲେ। ତେବେ ୩୦୯ ଜଣ ପରୀକ୍ଷାର୍ଥୀଙ୍କ ସ୍ଥାନରେ ମାତ୍ର ୧୪୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ନେଇ ବିଭିନ୍ନ ମହଲରେ ଚିନ୍ତା ବ୍ୟକ୍ତ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories