www.samajalive.in
Tuesday, December 9, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ମୃତ

ଚାନ୍ଦବାଲି : ଭଦ୍ରକ – ଚାନ୍ଦବାଲି ରାସ୍ତାର ଉଗ୍ରତାରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଆମ୍ବୁଲାନ୍ସର ହେଲପର ଓ ଚିକିତ୍ସା ପାଇଁ ଯାଉଥିବା ଜଣେ ରୋଗୀ। ଆହତମାନଙ୍କ ମଧ୍ୟରେ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନା ଅନ୍ତର୍ଗତ କାଣ୍ଡଗରଡ଼ି ଗାଁର ଜଣେ ବ୍ୟକ୍ତି ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ମାତ୍ର ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଆମ୍ବୁଲାନ୍ସରେ ଚାନ୍ଦବାଲିରୁ ଭଦ୍ରକ ଯାଉଥିବା ବେଳେ ଆମ୍ବୁଲାନ୍ସଟି ଏକ ଗଛରେ ପିଟି ହୋଇଯାଇଥିଲା। ଡ଼୍ରାଇଭର ଘଟଣାସ୍ଥଳରୁ ଫେରାର ଥିବା ବେଳେ ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories