www.samajalive.in
Sunday, December 14, 2025
14.1 C
Bhubaneswar

ସରୋଜ ପ୍ରଧାନ ମୁଖ୍ୟ ସଚେତକ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ସରୋଜ କୁମାର ପ୍ରଧାନଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ କରାଯାଇଛି। ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ରେମୁଣା ବିଧାୟକ ଗୋବିନ୍ଦଚନ୍ଦ୍ର ଦାସଙ୍କୁ ସରକାରୀ ଦଳ ଉପମୁଖ୍ୟ ସଚେତକ ଭାବେ ଅବସ୍ଥାପିତ କରାଯାଛି। ସରୋଜ ପ୍ରଧାନ ଓ ଗୋବିନ୍ଦଚନ୍ଦ୍ର ଦାସଙ୍କ ନୂତନ ନିଯୁକ୍ତି ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଉ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଶାସକ  ଦଳର ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକଙ୍କ ନାମ ଘୋଷଣା କରିଥିଲେ । ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କ ନାମ ଘୋଷଣା କରାଯାଇଥିବାବେଳେ ଉପ ମୁଖ୍ୟ ସଚେତକ ହେବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ନାମ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା ପରେ ରାଜ୍ୟ ସରକାରଙ୍କ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମୁଖ୍ୟସଚେତକ ଓ ଉପମୁଖ୍ୟ ସଚେତକଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories