www.samajalive.in
Sunday, December 7, 2025
13.1 C
Bhubaneswar

ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ନିଶାଶକ୍ତ ସ୍ଵାମୀ

ବାରିପଦା: ବାରିପଦା ଖୁଣ୍ଟା ଥାନା ବାଲିଯୋଡା ଗାଁରେ ସ୍ଵାମୀର ବର୍ବରକାଣ୍ଡ।  ପାରିବାରିକ କଳହରୁ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା। ମିଳିଥିବା ସୂଚନା ଅନୁଯାୟୀ ବାଲିଯୋଡା ଗାଁର ଶୁକଦେବ ସିଂ ୨୦ ବର୍ଷ ତଳେ ଶ୍ୟାମାଖୁଣ୍ଟା ଅଞ୍ଚଳର କୁନିମଣି ସିଂଙ୍କୁ ବିବାହ କରିଥିଲେ। ଅନେକ ସମୟରେ ଶୁକଦେବ ମଦ୍ୟପାନ କରି ଆସି କୁନିମଣିଙ୍କ ସହ ବଚସା କରୁଥିଲେ। ସୋମବାର ରାତିରେ ମଧ୍ୟ ଉଭୟଙ୍କ ମଧ୍ୟ କୌଣସି ପାରିବାରିକ କଥାକୁ ନେଇ କଳହ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଶୁକଦେବ କୁନିମଣିଙ୍କୁ ପଥରେ ଛେଚି ହତ୍ୟା କରିଥିଲେ। ଘଟଣା ଘଟିବା ପରେ ଶୁକଦେବ ଘରୁ ଫେରାର ହୋଇଯାଇଥିଲେ।  ପରେ ସ୍ଥାନୀୟ ଲୋକେ ମୃତଦେହ ପଡିଥିବା ଦେଖି ପୁଲିସ୍ କୁ ଖବର ଦେଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି। ଆଜି ବାରିପଦାରୁ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବେ ବୋଲି ଜଣାପଡିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories