www.samajalive.in
Monday, December 15, 2025
26.1 C
Bhubaneswar

ଦ୍ବିତୀୟ ଦିନରେ ଗୃହରେ ପ୍ରବଳ ହଟ୍ଟଗୋଳ; ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗିଲେ ବିଜେଡି ବିଧାୟକ

ଭୁବେନେଶ୍ବର: ଗୃହରେ ହୋ ହାଲ୍ଲା କରିିବା ସହ ବାଚସ୍ପତିଙ୍କ ପୋଡ଼ିୟମ ଭାଙ୍ଗିଲେ ବିଜେଡି ବିଧାୟକ ଧ୍ରୁବ ସାହୁ। ସପ୍ତଦଶ ବିଧାନସଭାର ବଜେଟ୍‌ ଅଧିବେଶନର ଦ୍ୱିତୀୟ ଦିନରେ ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗରେ କମ୍ପିଥିଲା ଗୃହ। ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଏହାକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ଗୃହରେ ହୋ ହାଲ୍ଲା କରିଛନ୍ତି। ଏପରିକି ହୋ ହାଲ୍ଲା ଭିତରେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡ଼ିୟମ ନିକଟକୁ ଯାଇ ମାଇକ୍‌କୁ ଟାଣି ଭାଙ୍ଗି ଦେଇଛନ୍ତି ମୁଖ୍ୟ ବିରୋଧୀ ବିଜେଡିର ବିଧାୟକ ଧ୍ରୁବ ସାହୁ।

ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାରେ ତ୍ବରିତ କାର୍ଯ୍ୟାନୁଷ୍ଠାନ ଏବଂ ଗୃହରେ ଏ ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କରିଥିଲେ ବିରୋଧୀ। ଏହାକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ହୋ ହାଲ୍ଲା ଭିତରେ ରାଜନଗର ବିଜେଡି ବିଧାୟକ ଧ୍ରୁବ ସାହୁ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡ଼ିୟମ ନିକଟକୁ ଯାଇ ତାଙ୍କ ମାଇକ୍ ଟାଣି ଆଣିଥିଲେ। ଫଳରେ ମାଇକ୍‌ ତଳେ ପଡ଼ି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories