www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଆଜି(ବୁଧବାର) ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ। ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories