www.samajalive.in
Saturday, December 13, 2025
26.1 C
Bhubaneswar

ସକ୍ରିୟ ମୌସୁମୀ: ଆଗାମୀ ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ମଧ୍ୟପ୍ରଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି। କିନ୍ତୁ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପରବର୍ତ୍ତୀ ତିନିଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ବୁଧବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଢ଼େଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ଦେବଗଡ଼ ଓ ଯାଜପୁର ଜିଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ଅପରାହ୍ଣ ସୁଦ୍ଧା ଅନୁଗୋଳରେ ସର୍ବାଧିକ ୧୪୦ ମି.ମି. ବର୍ଷା ହୋଇଛି। ନୂଆପଡ଼ାରେ ୭୦.୮ ମି.ମି., ମାଲକାନଗିରିରେ ୬୮.୬ ମି.ମି., ବୌଦ୍ଧରେ ୬୪.୨ ମି.ମି, ପୁରୀରେ ୫୯.୪ ମି.ମି., ବଲାଙ୍ଗୀରରେ ୪୬ ମି.ମି., ତାଳଚେରରେ ୪୨ ମି.ମି. ବର୍ଷା ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories