www.samajalive.in
Sunday, December 14, 2025
26.1 C
Bhubaneswar

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ୭୦୦ ମିଟର ଟନେଲ କାର୍ଯ୍ୟ ସମ୍ପୂର୍ଣ୍ଣ 

ବୌଦ୍ଧ : ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପରେ ଟନେଲ ସଂଯୋଗ କ୍ଷେତ୍ରରେ ପୂର୍ବତଟ ରେଳପଥ ଆଉ ଏକ ମାଇଲ ଖୁଣ୍ଟ ହାସଲ କରିଛି।  ଚାଲୁରହିଥିବା ରେଳ ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦିଆଯାଉଛି । ଆଢ଼େଣିଗଡ଼ -ଚାରିଛକ ରେଳ ସେକ୍ସନ ମଧ୍ୟରେ ନିର୍ମାଣଧୀନ ୪୧୮୫ ମିଟର ଲମ୍ବ ଟନେଲ ର ପଛ ପାର୍ଶ୍ୱରୁ ୭୦୦ ମିଟର ଲମ୍ବ ଟନେଲ ସଫଳତାର ସହ ଖୋଳାଯାଇଛି ।  ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ପ୍ରକଳ୍ପର ମୋଟ ୩୦୧ କିଲୋମିଟର ମଧ୍ୟରୁ ୧୫୨.୮୦୫ କିଲୋମିଟର କାର୍ଯ୍ୟକ୍ଷମ ହୋଇଛି । ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଏହି ଲାଇନ ନିର୍ମାଣ କରୁଛି।  ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ରୋଡରୁ ଦଶପଲ୍ଲା ପର୍ଯ୍ୟନ୍ତ ୧୦୫.୮ କିଲୋମିଟର ଏବଂ ବଲାଙ୍ଗୀରରୁ ସୋନପୁର ପର୍ଯ୍ୟନ୍ତ ୪୭କିଲୋମିଟର କାର୍ଯ୍ୟ ଶେଷ ହୋଇଛି । ଏହା ବ୍ୟତୀତ, ସୋନପୁର ଠାରୁ ଝରମୁଣ୍ଡା ପର୍ଯ୍ୟନ୍ତ ୨୮.୭୬୫ କି.ମି. ଦୈର୍ଘ୍ୟ ରେଳ ମାର୍ଗ ମଧ୍ୟ ଇତି ମଧ୍ୟରେ ଶେଷ ହୋଇଛି । ସୋନପୁରରୁ ପୁରୁଣା କଟକ ପର୍ଯ୍ୟନ୍ତ ପ୍ରାୟ ୭୩ କିଲୋମିଟର ପର୍ଯ୍ୟନ୍ତ ସେଗମେଣ୍ଟ ଆସନ୍ତା କିଛି ମାସ ମଧ୍ୟରେ ଶେଷ ହେବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories