www.samajalive.in
Monday, December 15, 2025
26.1 C
Bhubaneswar

ଶିକ୍ଷକ ଅଭାବ ପ୍ରତିବାଦରେ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବଘିଆପଡା: ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତର ଆମ୍ବଝରି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବାବେଳେ ୧୫୧ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। କିନ୍ତୁ ଦୁଃଖର ବିଷୟ ଏକ ବର୍ଷରୁ ଅଧିକ ସମୟ ହେବ ୬ ଜଣ ଶିକ୍ଷକଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷକଙ୍କୁ ଡେପୁଟେସନରେ ଅନ୍ୟତ୍ର ବଦଳି କରାଯାଇଛି। ଗ୍ରାମବାସୀ ଏବଂ ପ୍ରଧାନଶିକ୍ଷକ ଏ ବାବଦରେ ଉପରିସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କିଛି ସମାଧାନ କରିନଥିବା ଯୋଗୁ ବୁଧବାର ଗ୍ରାମବାସୀ ଏବଂ ଛାତ୍ରଛାତ୍ରୀମାନେ ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣା ବସିଥିଲେ। ଖବର ପାଇ ଆଞ୍ଚଳିକ କେନ୍ଦ୍ର ସଂଯୋଜକ ଗଙ୍ଗାଧର ସାହୁ ସ୍କୁଲରେ ପହଞ୍ଚି ସାତ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଗ୍ରାମବାସୀମାନେ ତାଲା ଖୋଲିଥିଲେ। ବିଦ୍ୟାଳୟରେ ୧୨୦ ଜଣ ଛାତ୍ରୀ ଥିବା ଯୋଗୁ ଜଣେ ମହିଳା ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories