www.samajalive.in
Sunday, December 7, 2025
26.1 C
Bhubaneswar

ଆସନ୍ତା ୮ରେ ଦିଲ୍ଲୀରେ ବିଜେଡିର ଧାରଣା; ଧାରଣାରେ ବସିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାନର ସର୍ବାଧିକ ସହାୟକ ମୂଲ୍ୟ ବୃଦ୍ଧି ଦାବିରେ ବିଜେଡି ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ କରିବ । ଆସନ୍ତା ୮ ତାରିଖରେ ଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ ବିଜେଡିର କର୍ମକର୍ତ୍ତାମାନେ ଧାରଣାରେ ବସି ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ସୂଚନା ମିଳିଛି । ଏହି ଧାରଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଧାନର ସର୍ବାଧିକ ସହାୟକ ମୂଲ୍ୟ ୨୯୩୦ ଟଙ୍କା ରଖିବାକୁ ବିଜେଡି ଦାବି କରିଛି । ଦିନ ତମାମ ଧାରଣା ଦେବା ପରେ ସଂଧ୍ୟାରେ ରାଷ୍ଟ୍ରପତିଙ୍କୁ ସ୍ମାରକ ପତ୍ର ପ୍ରଦାନ କରିବେ । ଏନେଇ ଦିଲ୍ଲୀରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସାଂସଦପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories