www.samajalive.in
Tuesday, December 9, 2025
17.1 C
Bhubaneswar

ପୋଲାଭରମ ପ୍ରକଳ୍ପ ନେଇ ତାତିଲେ ବିରୋଧୀ; ବିଧାନସଭା ୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ବିଧାନସଭାର ଚତୁର୍ଥ ଦିନରେ ସୁରୁଖୁରୁରେ ପ୍ରଶ୍ନକାଳ ଚାଲିବା ପରେ ଶୂନ୍ୟକାଳରେ ବିରାଧୀଙ୍କ ହଙ୍ଗାମା । ଗୃହରେ ବିରୋଧୀ ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଶୂନ୍ୟକାଳରେ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗ ଉଠାଇ ହୋହାଲ୍ଲା କରିଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ଗୃହରେ ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ସହାୟତା ଦେବା ନେଇ ଉଦବେଗ ପ୍ରକାଶ କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା । ଏହି ପ୍ରକଳ୍ପ ହେଲେ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ବୋଲି ଅଭିଯୋଗ କରିଛନ୍ତି ରାମଚନ୍ଦ୍ର କାଡାମ । ପୋଲାଭରମ ପ୍ରକଳ୍ପକୁ ନେଇ ଗୃହ କମିଟି ଗଠନ କରିବାକୁ ଦାବି କରିଛନ୍ତି ବିଧାୟକ ତାରା ବାହିନୀପତି । ହୋହାଲ୍ଲା କରିବା ପରେ ବାଚସ୍ପତିଙ୍କ ମାଇକ୍‍ ଟାଣି ଦେଇଥିଲେ ତାରା ବାହିନୀପତି । ବାଚସ୍ପତି ଗୃହକୁ ପ୍ରଥମେ ୧୫ମିନିଟ ଏବଂ ପରେ ୪ଟା ଯାଏଁ ମୁଲତବୀ ରଖିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories