www.samajalive.in
Tuesday, December 9, 2025
19.1 C
Bhubaneswar

କୁବେର ଯନ୍ତ୍ରୀଙ୍କ ୩୪ଟି ପ୍ଲଟ, ମାଳ ମାଳ କୋଠା

ଭୁବନେଶ୍ୱର : ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ମଧ୍ୟ କାବା । ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନିଲ ରାଉତଙ୍କର ବିପୁଳ ସମ୍ପତ୍ତି ଠାବ ହୋଇଛି । ଭୁବନେଶ୍ୱରରେ ୨ଟି ବହୁତଳ କୋଠା, ପୁରୀରେ ୨ଟି ଫ୍ଲାଟ ଠାବ କରାଯାଇଥିବା ବେଳେ ଭୁବନେଶ୍ୱର, ପୁରୀ, ଢେଙ୍କାନାଳରେ ୩୪ଟି ପ୍ଲଟ୍‌ ଠାବ କରିଛି ଭିଜିଲାନ୍ସ । ୨ଟି ଟ୍ରକ୍‌, ୨ଟି ଚାରିଚକିଆ ଯାନ, ୪ ବାଇକ୍‌ ଚଢାଉ ବେଳେ ଠାବ କରାଯାଇଛି । ଏହାସହ ୧୭୬ ଗ୍ରାମ ସୁନା, ୨ଲକ୍ଷ ୩୪ ହଜାର ଟଙ୍କା ଏଯାବତ୍‌ ମିଳିଥିବା ନେଇ ସୂଚନା ମିଳିଛି । ଚଢାଉ ସହ ଘଟଣାର ତଦନ୍ତ ଜାରି ରହିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୁନିଲ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା। ଏକକାଳୀନ ଭୁବନେଶ୍ୱର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିର ସମେତ ୯ଟି ସ୍ଥାନରେ ଚଢାଉ କରିଥିଲା।

୨୮ରେ ଖୋଲିବ ହୀରାକୁଦ ଗେଟ୍‌ ; ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ..

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories