www.samajalive.in
Thursday, December 11, 2025
15.1 C
Bhubaneswar

ରାଜ୍ୟରେ ଡ୍ରପ୍ ଆଉଟ୍ ରୋକିବାକୁ ଲାଗୁ ହେବ ‘ମାଧୋ ସିଂହ ହାତ ଖର୍ଚ୍ଚ’ ଯୋଜନା

ଭୁବନେଶ୍ବର : ରାଜ୍ୟରେ ଡ୍ରପ୍ ଆଉଟ୍ ରୋକିବାକୁ ସ୍କୁଲରେ ନୂଆ ଯୋଜନା‘ମାଧୋ ସିଂହ ହାତ ଖର୍ଚ୍ଚ’ ଲାଗୁ ହେବ । ଆଜି ରାଜ୍ୟ ବଜେଟ ଆଗତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ଗତକାଲି ବିଧାନସଭାରେ ଉପସ୍ଥାପିତ  ହୋଇଥିବା ଏକ ସର୍ଭେ ରିପୋର୍ଟ ଅନୁସାରେ ମାଧ୍ୟମିକ ସ୍ତରରୁ ଅଧାରୁ ପାଠ ଛାଡିବା ହାରରେ ଓଡିଶା ଦେଶରେ ପ୍ରଥମ ବୋଲି ଜଣାପଡିଛି । ଓଡିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡିବା ହାର ୨୭.୨୯ % ରହିଛି । ୨୭.୨୯ ପ୍ରତିଶତ ପିଲା ପାଠ ଛାଡିବା ସର୍ବଭାରତୀୟ ସ୍ତରରେ ଶୀର୍ଷ । ଅନ୍ୟପଟେ ରାଜ୍ୟରେ ନାମଲେଖା ଅନୁପାତ ସର୍ବଭାରତୀୟ ହାରାହାରିଠାରୁ କମ୍ ବୋଲି ଏହି ରିପୋର୍ଟରେ ଉଲ୍ଲେଖ ରହିଥିଲା । ତେବେ ଡ୍ରପ୍ ଆଉଟ୍ ରୋକିବାକୁ ସ୍କୁଲରେ ‘ମାଧୋ ସିଂହ ହାତ ଖର୍ଚ୍ଚ’ ଯୋଜନା ଲାଗୁ ହେବ । ନବମ ଓ ଏକାଦଶ ଶ୍ରେଣୀ ତଫସିଲଭୁକ୍ତ ଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଏହା ସହ ‘ମୋ ସ୍କୁଲ’ ବଦଳି ‘ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ’ ହୋଇଛି । ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ୩୩୨ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି ।

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି, ଶେଷ ତାରିଖ ଜୁଲାଇ ୩୧

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories