www.samajalive.in
Sunday, December 7, 2025
26.1 C
Bhubaneswar

ଶିକ୍ଷା ସପ୍ତାହରେ ସାଂସ୍କୃତିକ ଦିବସ ପାଳିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ଅନ୍ତର୍ଗତ ସମସ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହର ଚତୁର୍ଥ ଦିବସ ଗୁରୁବାର ସାଂସ୍କୃତିକ ଦିବସ ରୂପେ ଗୋଷ୍ଠୀ ଅଧିକାରିଣୀ ମିଶ୍ରାନିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପିଠା ପୋଟଳ କ୍ଲଷ୍ଟର ଅଧିନସ୍ଥ ଜlଙ୍ଗେଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷା ସାଂସ୍କୃତିକ ଦିବସ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପିଲାମାନଙ୍କୁ ନେଇ ଏଫଏଲଏନ୍ ଶିକ୍ଷଣୀୟ ସମ୍ପର୍କିତ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ପ୍ରଥମ ଓ ଦ୍ଵିତୀୟ ଶ୍ରେଣୀ ପାଇଁ ଅଭିନୟ ସହ ଆବୃତ୍ତି ଓ ତୃତୀୟ ଶ୍ରେଣୀ ପାଇଁ ସଂଖ୍ୟା ଗଣନା, ଶିକ୍ଷଣ କାମ ମାଧ୍ୟମରେ ନାଚ ଗୀତ ହୋଇଥିଲା ଛାତ୍ର ଛାତ୍ରୀମାନେ ଆନନ୍ଦିତ ହୋଇ ପଡ଼ିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବେହେରା,ସହକାରୀ ଶିକ୍ଷକ ସୁଧାଂଶୁ ଶେଖର ମିଶ୍ର, ଶିକ୍ଷୟତ୍ରୀ ନିଲାନ୍ଦ୍ରି ଭୁ ଏ, ପିଙ୍କି ଛତର କମଳାକାନ୍ତ ବେହେରା ପ୍ରମୁଖ ପରିଚାଳନା କରିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories