www.samajalive.in
Saturday, December 6, 2025
16.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁଣ୍ଡିହ ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଚିକିତ୍ସା ନିମନ୍ତେ ବାଣପୁର ଡାକ୍ତରରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ଦୁଇ ଜଣ ହେଲେ ବିହାର ଅଂଚଳର ଆଶୁତୋଷ କୁମାର ଓ ଅଭିସେକ୍ କୁମାର। ଆଶୁତୋଷ ଓ ଅଭିଷେକ କାମ କରିବା ନିମନ୍ତେ ବିହାରରୁ ଓଡିଶାର ପାରଳାଖେମୁଣ୍ଡି ଆସିଥିବା ବେଳେ ଆଜି ସକାଳୁ ବିହାର ଅଭିମୁଖେ ଏକ ସ୍କର୍ପିଓ ଗାଡ଼ିରେ ବାହାରିଥିଲେ। ହଠାତ୍‌ ଏକ ଅଜଣା ଗାଡି ଆସି ସ୍କର୍ପିଓକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ଆହତ ହୋଇଥିଲେ। ଏନେଇ ପୁଲିସକୁ ଖବର ଦେବାରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଲଘୁଚାପ ନେଇ ୧୩ ଜିଲାକୁ ସଜାଗ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

- Advertisement -

 

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories