www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ନୀତି ଆୟୋଗ ବୈଠକ: ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ

ନୂଆଦିଲ୍ଲୀ : ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ।  ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହି।  ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାରଠାରୁ ସେ ୪ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ। ଏହି ବୈଠକ ପରେ ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ସେପଟେ ଏହି ବୈଠକକୁ ବିଭିନ୍ନ ଅଣ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବର୍ଜନ କରିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories