www.samajalive.in
Monday, December 8, 2025
24.1 C
Bhubaneswar

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା : ପାଟଣା ବନାଞ୍ଚଳ ସାହାରପଡା ବ୍ଲକରେ ଭାଲୁ ଆତଙ୍କ। କୁଦବେଡା ଗାଁରେ ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଆଜି ଭୋରରୁ କିଛି ଲୋକ ଦାନ୍ତ କାଠି ଭାଙ୍ଗିବା ପାଇଁ ଗାଁ ନିକଟରେ ଥିବା ଜଙ୍ଗଲ କୁ ଯାଇଥିବାବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ । ଭାଲୁ  ଆକ୍ରମଣର ଶିକାର ହୋଇଥିବା ମହିଳା ଜଣକ କଂସଲା ମୁଣ୍ଡା ବୋଲି ଜଣାପଡିଛି । ଭାଲୁ ଆକ୍ରମଣରେ କଂସଲାଙ୍କ ମୁଣ୍ଡ,ଗୋଡ଼,ଦେହରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ପରେ ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ତୁରନ୍ତ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଡାକ୍ତର ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories