www.samajalive.in
Saturday, December 6, 2025
14.1 C
Bhubaneswar

ସୀମାରେ ଗୁଳିବିନିମୟ: ଜଣେ ଯବାନ ସହିଦ ଓ ୪ ଆହତ, ଟଳିଲା ଆତଙ୍କୀ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କୁପଓ୍ବାରା ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଶନିବାର ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ମାଛିଲ ସେକ୍ଟରର କାମକାରିରେ ଥିବା ଏକ ସେନା ପୋଷ୍ଟ ଏବଂ ତ୍ରେହଗାମ ସେକ୍ଟରର କୁମକାଡ଼ି ପୋଷ୍ଟ ନିକଟରେ ୨ଟି ପୃଥକ ଗୁଳିବିନିମୟ ଘଟଣା ଘଟିଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବାବେଳେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ସେହିପରି ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି।

ସେନାର ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ତ୍ରେହଗାମ ସେକ୍ଟରର କୁମକାଡ଼ି ପୋଷ୍ଟ ନିକଟରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏଥିରେ ୫ ଜଣ ଯବାନ ଆହତ ହୋଇଥିଲେ। ପରବର୍ତ୍ତୀ ସମୟରେ ଆହତ ହୋଇଥିବା ଜଣେ ଯବାନଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଅନ୍ୟ ଏକ ଘଟଣାରେ ମାଛିଲ ସେକ୍ଟରର କାମକାରୀ ନିକଟରେ ଥିବା ଏକ ସେନା ପୋଷ୍ଟ ଉପରକୁ କିଛି ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଯବାନମାନେ ଏହାର କଡ଼ା ଜବାବ ଦେଇଥିଲେ। ଏହି ଘଟଣାରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛି। ଗୁଳିବିନିମୟ ଜାରି ରହିଥିବା ସେନା ପକ୍ଷରୁ କୁହାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories