www.samajalive.in
Monday, December 8, 2025
24.1 C
Bhubaneswar

୯ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୯ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି। ପଞ୍ଜାବର ରାଜ୍ୟପାଳ ତଥା କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ପଦରୁ ବନୱାରୀଲାଲ ପୁରୋହିତଙ୍କ ଇସ୍ତଫାକୁ ମଧ୍ୟ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି।

ରାଷ୍ଟ୍ରପତି ଭବନରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଅନୁଯାୟୀ, ହରିଭାଉ କିଷାନରାଓ ବାଗଡେଙ୍କୁ ରାଜସ୍ଥାନର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଜିଷ୍ଣୁ ଦେବ ବର୍ମାଙ୍କୁ ତେଲେଙ୍ଗାନାର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଓମ୍ ପ୍ରକାଶ ମାଥୁରଙ୍କୁ ସିକ୍କିମ, ସନ୍ତୋଷ କୁମାର ଗଙ୍ଗୱାରଙ୍କୁ ଝାଡ଼ଖଣ୍ଡ, ରମେନ ଡେକାଙ୍କୁ ଛତିଶଗଡ଼ ଓ ସିଏଚ ବିଜୟଶଙ୍କରଙ୍କୁ ମେଘାଳୟର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।

ଘରେ ଶୋଇଥିବା ବେଳେ ତଣ୍ଟି କାଟି ସ୍ୱାମୀ ସ୍ତ୍ରୀଙ୍କୁ ହତ୍ୟା, ସନ୍ଦେହ ଘେରରେ ସଢୁ

- Advertisement -

ତେଲେଙ୍ଗାନାର ଅତିରିକ୍ତ ଦାୟିତ୍ୱରେ ଥିବା ଝାଡ଼ଖଣ୍ଡର ରାଜ୍ୟପାଳ ସି.ପି ରାଧାକ୍ରିଷ୍ଣନଙ୍କୁ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଆସାମ ରାଜ୍ୟପାଳ ଗୁଲାବ ଚାନ୍ଦ କଟାରିଆଙ୍କୁ ପଞ୍ଜାବର ରାଜ୍ୟପାଳ ଓ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ଭାବରେ ମଧ୍ୟ ନିଯୁକ୍ତ କରାଯାଇଛି। ସିକ୍କିମର ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ଆସାମର ରାଜ୍ୟପାଳ ଭାବେ ନିଯୁକ୍ତ କରାଯିବା ସହ ମଣିପୁରର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କେ କୈଳାସନାଥନଙ୍କୁ ପୁଡୁଚେରୀର ଉପରାଜ୍ୟପାଳ ଭାବରେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories