www.samajalive.in
Friday, December 5, 2025
26.1 C
Bhubaneswar

କେନ୍ଦ୍ର କୋଇଲା ଏବଂ ଖଣି ରାଜ୍ୟ ମନ୍ତ୍ରୀଙ୍କ ନାଲକୋ ମୁଖ୍ୟାଳୟ ସହ ଅନୁଗୋଳ ସ୍ଥିତ ପ୍ଲାଣ୍ଟ ପରିଦର୍ଶନ

ଡେସ୍କ: କେନ୍ଦ୍ର କୋଇଲା ଏବଂ ଖଣି ରାଜ୍ୟ ମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ)ର ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି। ଭୁବନେଶ୍ବରରେ ପହଞ୍ଚିବା ପରେ ସମସ୍ତ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ ନାଲକୋ ସିଏମଡି ଶ୍ରୀଧର ପାତ୍ର ମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ବୃକ୍ଷରୋପଣ ନିମନ୍ତେ ଏକ ସ୍ବତନ୍ତ୍ର ଅଭିଯାନ “ଏକ ପେଡ଼ ମାଁ କେ ନାମ” କୁ ସଫଳ କରିବା ନିମନ୍ତେ ସେ ଏକ ଚାରା ରୋପଣ କରିବା ସହ ନାଲକୋର ବରିଷ୍ଠ ଅଧିକାରୀ ମାନଙ୍କ ସହ କମ୍ପାନୀ ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଥିଲେ।

୯ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

- Advertisement -

ମନ୍ତ୍ରୀ ଅନୁଗୋଳ ସ୍ଥିତ ନାଲକୋର ସ୍ମେଲ୍ଟର ପ୍ଲାଣ୍ଟ ଏବଂ ପାୱାର ପ୍ଲାଣ୍ଟ ପରିଦର୍ଶନ କରି ଉତ୍ପାଦନ ଓ ପରିଚାଳନା ସମ୍ବନ୍ଧୀୟ କାର୍ଯ୍ୟକଳାପ ଉପରେ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ନାଲକୋ ସିଏମଡିଙ୍କ ସହ କମ୍ପାନୀର ଅନ୍ୟାନ୍ୟ ଉଚ୍ଚ ପଦାଧିକାରୀ ଉପସ୍ଥିତ ଥିଲେ। ନାଲକୋର କାର୍ଯ୍ୟଦକ୍ଷତା ସହ ନାଲକୋ କର୍ମଚାରୀଙ୍କ ଉତ୍ସର୍ଗୀକୃତ ମନୋଭାବ, କଠିନ ପରିଶ୍ରମ ଏବଂ ଉତ୍ପାଦନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତାକୁ ମାନ୍ୟବର ମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories