www.samajalive.in
Tuesday, December 9, 2025
16.1 C
Bhubaneswar

ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତଙ୍କୁ ଗିରଫ ଦାବି

ସମ୍ବଲପୁର: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରପଞ୍ଚ ପ୍ରଶାନ୍ତ ସାହୁଙ୍କୁ ବ୍ଲକ ପରିସରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ପଞ୍ଚାୟତବାସୀଙ୍କ ସମସ୍ୟାକୁ ଆଧାର କରି ନିଜର ଦାୟିତ୍ୱ ସମ୍ପାଦନା କରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ଘଟଣାକୁ ରାଷ୍ଟ୍ରୀୟ ଗ୍ରାମ ପ୍ରଧାନ ସରପଞ୍ଚ ସଙ୍ଗଠନ ଓଙ୍ଗିଶା ଶାଖା ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହିତ ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ ଦାବି କରାଯାଇଛି। ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ଜନ ପ୍ରତିନିଧି ମାନଙ୍କୁ ଏଭଳି ଆକ୍ରମଣ ଆଦୌ ଗ୍ରହଣୀୟ ନୁହେଁ। ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଥିବା ବେଳେ ସେ ବୁର୍ଲା ଭିମସାରରେ ଚିକିତ୍ସିତ ହେଉଛନ୍ତି। ସରପଞ୍ଚ ଙ୍କ ଆରୋଗ୍ୟ ପାଇଁ ଭିମସାର କତ୍ତୃପକ୍ଷଙ୍କ ସରପଞ୍ଚ ସଙ୍ଗଠନ ସହଯୋଗ ଲୋଡିବା ସହିତ ଜିଲା ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବାକୁ ସଙ୍ଗଠନର ରାଜ୍ୟ ସଭାପତି ରବି ରଥ ଓ ସମ୍ପାଦକ ଡା. ରାଜାରାମ ଷଡଙ୍ଗୀ ଦାବି କରିଛନ୍ତି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories