www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ବସିବ ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ

ପୁରୀ : ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହେବ। ଭିତର ଏବଂ ବାହାର ରତ୍ନଭଣ୍ଡାର ମରାମତି ସମେତ ମହାପ୍ରଭୁଙ୍କ ରତ୍ନ ଅଳଙ୍କାରଗୁଡ଼ିକର ଗଣତି ମଣତି ସମ୍ପର୍କରେ ଏଥିରେ ଆଲୋଚନା ହେବା ସମ୍ଭାବନା ରହିଛି। କମିଟି ଅଧ୍ୟକ୍ଷ ବିଚାରପତି ବିଶ୍ୱନାଥ ରଥ ବୈଠକରେ ସଭାପତିତ୍ବ କରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ସମେତ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ଅଧୀକ୍ଷକ ଏବଂ ଅନ୍ୟ ସଦସ୍ୟ ଯୋଗଦେବେ। ପରିବର୍ତ୍ତିତ ମାର୍ଗଦର୍ଶିକା ବିଷୟରେ ଆଲୋଚନା ହେବାର ସମ୍ଭାବନା ରହିଛି। ପୁଣି କେବେ ରତ୍ନଭଣ୍ଡାର ଖୋଲାଯିବ ସେଥିନେଇ ଏହି କମିଟି ନିଷ୍ପତ୍ତି ଗ୍ରହଣ କରିବ। ସେହିପରି ଜାତୀୟ ଐତିହ୍ୟ ପ୍ରାଧିକରଣ ଅଧ୍ୟକ୍ଷ କିଶୋର ବାସା ଆଜି ପୁରୀ ଗସ୍ତରେ ଆସୁଛନ୍ତି। ସେ ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଅନୁଧ୍ୟାନ କରି​ବେ।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories