www.samajalive.in
Monday, December 8, 2025
24.1 C
Bhubaneswar

ଶ୍ରୀମନ୍ଦିର ଭିତର ଫଟୋ ପ୍ରଘଟ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିର ଭିତର ଫଟୋ ରବିବାର ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି। ଆନନ୍ଦ ବଜାରରେ ବସି ମହାପ୍ରସାଦ ଖାଉଥିବାର ଦୃଶ୍ୟ ସିଦ୍ଧାର୍ଥ ପାଣ୍ଡେ ନିଜ ଇନଷ୍ଟାଗ୍ରାମରେ ପ୍ରଘଟ କରିଛନ୍ତି। ସେଥିରେ ଭୋଗମଣ୍ଡପ ଘର ଏବଂ ଆନନ୍ଦ ବଜାରର ଭିଡିଓ ଦୃଶ୍ୟ ଉତ୍ତୋଳନ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ପ୍ରବେଶ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ମନ୍ଦିରର ଚାରୋଟି ପ୍ରବେଶ ଦ୍ବାରରେ ସୁରକ୍ଷା କର୍ମୀମାନେ ଯାଞ୍ଚ କରୁନଥିବାରୁ ଏଭଳି ଘଟଣା ବାରମ୍ବାର ଘଟୁଛି। ରାତି ସୁଦ୍ଧା ଏ ବିଷୟରେ ମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ବାର ଥାନାରେ ଅଭିଯୋଗ କରାଯାଇ ନାହିଁ। ଶ୍ରୀଜଗନ୍ନାଥ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories