www.samajalive.in
Sunday, December 7, 2025
15.1 C
Bhubaneswar

ମୁଣ୍ଡଳିରେ ବଢୁଛି ମହାନଦୀ ଜଳସ୍ତର: ସକାଳ ୬ଟା ସୁଦ୍ଧା ୧ ଲକ୍ଷ ୭୦ ହଜାର କ୍ୟୁସେକ ଜଳ ପ୍ରବାହିତ

କଟକ: ହୀରାକୁଦ ଡ୍ୟାମରୁ ପାଣି ଛାଡିବା ପରେ ଫୁଲୁଛି ମହାନଦୀ। କଟକ ମୁଣ୍ଡଳୀରେ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ଲକ୍ଷ ୭୦ ହଜାର କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ବନ୍ୟାଜଳ ପ୍ରଥ​‌ମେ ଖଇରାମାଲ ଏବଂ ପରେ ବରମୁଳ ଦେଇ ମୁଣ୍ଡଳୀ ରେ ପହଞ୍ଚିଛି। ସୋମବାର ରାତିରୁ ମୁଣ୍ଡଳୀରେ ବନ୍ୟା ଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ମହାନଦୀର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ନଦୀକୂଳିଆ ଲୋକଙ୍କର ଚିନ୍ତା ବଢିଛି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ଵତନ୍ତ୍ର ରିଲିଫ୍ କମିଶନର। ମହାନଦୀ ଭିତରକୁ ଲୋକ ପ୍ରବେଶ ନ କରିବା ସହ ଗୋରୁ ଗାଈ ଆଦି ଗୃହପାଳିତ ପଶୁ ଙ୍କୁ ଛାଡିବା ଉପରେ ବାରଣ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories