www.samajalive.in
Sunday, December 7, 2025
15.1 C
Bhubaneswar

ଶୂନ୍ୟକାଳରେ ନୀତି ଆୟୋଗ ବୈଠକ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ବିରୋଧୀ

ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳ ସୁରୁଖୁରୁରେ ଚାଲିବା ପରେ ଶୂନ୍ୟକାଳରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଥିବା ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପାଇଁ କଣ ସବୁ ଦାବି କରିଛନ୍ତି ଗୃହରେ ଉତ୍ତର ରଖନ୍ତୁ ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଓଡ଼ିଶା ଯୋଗୁଁ କେନ୍ଦ୍ରରରେ ସରକାର ହୋଇଛି । ନୀତି ଆୟୋଗ ବୈଠକରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ପ୍ରସଙ୍ଗ ମୁଖ୍ୟମନ୍ତ୍ରୀ ଉଠାଇଛନ୍ତି କି? ବୈଠକରେ ଓଡ଼ିଶା ପାଇଁ କଣ କଣ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ତାହାକୁ ଗୃହରେ ଜଣାଇବାକୁ ପ୍ରଶ୍ନ କରିଛନ୍ତି ଅରୁଣ ସାହୁ । ସେପଟେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସମାନ ପ୍ରସଙ୍ଗ ଉଠାଇ କହିଛନ୍ତି ଯେ ନୀତି ଆୟୋଗ ବୈଠକର ଅଧ୍ୟକ୍ଷ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୈଠକରେ ଓଡ଼ିଶା ପାଇଁ କଣ ସୁଯୋଗ ସୃଷ୍ଟି କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ପାଇଁ କେତେ ପ୍ୟାକେଜ ଦାବି କରିଛନ୍ତି ତା’ର ଉତ୍ତର ଗୃହରେ ରଖନ୍ତୁ । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ନେଇ ଦାବି ରଖିଛନ୍ତି କି ନାହିଁ ବୋଲି ମଧ୍ୟ ଉତ୍ତର ଦିଅନ୍ତୁ ମୁଖ୍ୟମନ୍ତ୍ରୀ । ୨୦୧୪ ନିର୍ବାଚନୀ ଇସ୍ତାହାରରେ କହିଥିଲେ ଓଡ଼ିଶାରେ ଯଦି ଆମ ସରକାର ଆସେ ତେବେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଷ୍ଟାଟସ ଦେବେ ବୋଲି କହିଥିଲେ । ପୋଲାଭରମ ପ୍ରକଳ୍ପ ନେଇ ଆନ୍ଧ୍ର ଓ ବିହାର ରାଜ୍ୟର ମୁଖ୍ୟମନ୍ତ୍ରୀ କେନ୍ଦ୍ର ଉପରେ ଚାପ ପକାଉଛନ୍ତି । ଏହି ପ୍ରକଳ୍ପ ଯେତିକି ଉଚ୍ଚତା ଥିଲା ତାଠୁ ଅଧିକ କରିଛନ୍ତି । ସେ ସମ୍ପର୍କରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଣ ଆଲୋଚନା କଲେ ଜଣାଇବାକୁ ଦାବି କରିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories