www.samajalive.in
Saturday, December 6, 2025
17.1 C
Bhubaneswar

ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ ! ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର : ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡିଶା। ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢିବ ବର୍ଷା। ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ , ସମ୍ବଲପୁର, ଦେବଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାରେ କିଛି କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ। ବାକି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି(ଗୁରୁବାର) ପାଇଁ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories