www.samajalive.in
Saturday, December 6, 2025
16.1 C
Bhubaneswar

ଭାଲୁ ଆକ୍ରମଣରେ ଜଣେ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଝୁମ୍ପୁରା :  ଝୁମ୍ପୁରା ବ୍ଲକ ଅର୍ଶଳା ପଞ୍ଚାୟତର ଦୁର୍ଗାପୁର ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତୁରନ୍ତ ତାଙ୍କୁ ଝୁମ୍ପୁରା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୁର୍ଗାପୁର ଗାଁର ଦଶରଥ ନାଏକ ଆଜି ଭୋର ୬ଟା ସମୟରେ ଗାଁ ନିକଟରେ ଥିବା ଜଙ୍ଗଲକୁ ଯାଇଥିଲେ।  ଏହି ସମୟରେ ଏକ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ପରେ ଦଶରଥଙ୍କ ଚିତ୍କାର ଶୁଣି ଗାଁ ଲୋକେ ଦୌଡ଼ି ଆସି ଭାଲୁଟିକୁ ଘଉଡାଇଥିଲେ।  ଏବଂ ପରେ ଦଶରଥଙ୍କୁ ସେଠାରୁ ଉଦ୍ଧାର କରି ଝୁମ୍ପୁରା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।  ଦଶରଥ ର ଡାହାଣ ପଟ ମୁଣ୍ଡ ରେ ଗଭୀର ଆଘାତ ଲାଗିବା ସହିତ ଛାତିରେ ଗଭୀର ଆଘାତ ଲାଗିଛି। ଦୁର୍ଗାପୁର  ହୁଡିରେ ଅନେକ ସମୟରେ ଏଭଳି ଘଟଣା ଘଟୁଛି। ମାତ୍ର ବନ ବିଭାଗ କୋୖଣସି ପଦକ୍ଷେପ ନେଉନଥିବାରୁ ଗ୍ରାମବାସୀ ଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories