www.samajalive.in
Saturday, December 13, 2025
26.1 C
Bhubaneswar

ଆଜିଠାରୁ ଖୋଲିବ ଭିତରକନିକା: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ସ୍କାଏ ଓ୍ବାକ୍‌

କେନ୍ଦ୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖ ଅର୍ଥାତ ଆଜିଠାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ।  ଦୀର୍ଘ ଦିନ ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗ ଗହନରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଚଳିତଥର ଭିତରକନିକାରେ ପର୍ଯ୍ୟଟକଙ୍କ ପାଇଁ ତିଆରି ହୋଇଛି ସ୍କାଏ ଓ୍ବାକ୍। ଏହା ଉପରକୁ ଯାଇ ପର୍ଯ୍ୟଟକମାନେ ପୁରା ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ। ଏହା କାଠରେ ନିର୍ମିତ ହୋଇଛି। ଗୋଟିଏ ଥରରେ ୨୦ ପର୍ଯ୍ୟଟକଙ୍କୁ ଏହା ଉପରକୁ ଚଢାଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories