www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ଚାଲିଗଲା ମା’-ପୁଅଙ୍କ ଜୀବନ

ସମାଜ ଡିଜିଟାଲ ଡେସ୍କ: କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଜୟନ୍ତଗିରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଆଘାତରେ ଏକ ପରିବାରର ମା’ ଏବଂ ପୁଅଙ୍କର ମୃତ୍ୟୁ ଘଟିଛି। ମହିଳା ଜଣକ ତାରରେ ଲୁଗା ଶୁଖାଉଥିବା ସମୟରେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ତାଙ୍କ ନିକଟରେ ଥିବା ପୁଅକୁ ମଧ୍ୟ ବିଦ୍ୟୁତ ଆଘାତ ଲାଗିଥିଲା। ଉଭୟଙ୍କୁ ପରିବାର ଲୋକେ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ମା’ ପୁଅଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories